
ଗଞ୍ଜାମ– ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଭର୍ଭି କରାଯାଇଛି । ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୧୬୯ କୁ ବୃଦ୍ଧି ପାଇଛି ।
ସେହିପରି ଜିଲ୍ଲାରେ ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ଜଣକ ୩୪ ବର୍ଷିୟ ଯୁବକ । ଏହାକୁ ମିଶାଇ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୯କୁ ବୃଦ୍ଧି ପାଇଛି ।