

ଏଥିରେ କୁହା ଯାଇଛି ଯେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଓ ପ୍ରଥମ ମହିଳା କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କ ସହ ସମ୍ପର୍କରେ ଆସିଥିବା ଲୋକ ମାନଙ୍କୁ ପରୀକ୍ଷା କରାଇ ନେବାକୁ ରାଜ୍ୟପାଳ ଅନୁରୋଧ କରିଛନ୍ତି ।
ରାଜ୍ୟପାଳ ଓ ତାଙ୍କ ପରିବାରର ସଦସ୍ୟ ମାନଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତି କରା ଯାଇଛି ଓ ସେମାନଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂତ୍ରଙ୍କ ଠାରୁ ପ୍ରକାଶ ।