
ଭୁବନେଶ୍ୱର– ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ରାଜ୍ୟପାଳଙ୍କ ଟ୍ୱିଟର ହ୍ୟାଣ୍ଡେଲରେ ଏ ସମ୍ପର୍କରେ ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି ।
ଏଥିରେ କୁହା ଯାଇଛି ଯେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଓ ପ୍ରଥମ ମହିଳା କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କ ସହ ସମ୍ପର୍କରେ ଆସିଥିବା ଲୋକ ମାନଙ୍କୁ ପରୀକ୍ଷା କରାଇ ନେବାକୁ ରାଜ୍ୟପାଳ ଅନୁରୋଧ କରିଛନ୍ତି ।
ରାଜ୍ୟପାଳ ଓ ତାଙ୍କ ପରିବାରର ସଦସ୍ୟ ମାନଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତି କରା ଯାଇଛି ଓ ସେମାନଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂତ୍ରଙ୍କ ଠାରୁ ପ୍ରକାଶ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO