

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଜିଲ୍ଲାର ୩ ଜଣ ରହିଥିବା ବେଳେ ଢେଙ୍କାନାଳ ଜିଲ୍ଲାର ୨ ଜଣ ଅଛନ୍ତି । ଏହା ବ୍ୟତୀତ ବାଲେଶ୍ୱର, କଳାହାଣ୍ଡି, ଭଦ୍ରକ, ନୂଆପଡା, ସୁନ୍ଦରଗଡ, କଟକ, ଜଗତସିଂହପୁର ଜିଲ୍ଲାର ଜିଲ୍ଲାର ଜଣେ ଜଣେ ମୃତ୍ୟୁବରଣ କରିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ନୂଆପଡା ଜିଲ୍ଲାରେ ୬୯ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୭୦ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଭୁବନେଶ୍ୱରର ଜଣେ ୭୫ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।
ଢେଙ୍କାନାଳ ଜିଲ୍ଲାର ଜଣେ ୪୩ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ଉଚ୍ଚ ରକ୍ତଚାପ ଓ ମଧୁମେହ ଓ ଅନ୍ୟ ରୋଗରେ ପୀଡିତ ଥିଲେ । କଟକ ଜିଲ୍ଲାରେ ୪୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଜଗତସିଂହପୁର ଜିଲ୍ଲାର ଜଣେ ୮୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ଖୋର୍ଧା ଜିଲ୍ଲାର ଜଣେ ୫୯ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲୋ ଭଦ୍ରକ ଜିଲ୍ଲାର ଜଣେ ୬୧ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ୱରର ଜଣେ ୭୨ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲୋ
ବାଲେଶ୍ୱର ଜିଲ୍ଲାର ଜଣେ ୬୮ ବର୍ଷୀୟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । କଲାହାଣ୍ଡି ଜିଲ୍ଲାର ଜଣେ ୩୬ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଢେଙ୍କାନାଳ ଜିଲ୍ଲାରେ ୬୮ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।