
ଅନୁଗୋଳ– ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଅନୁଗୋଳ ଜିଲ୍ଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟରସରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି । ଭିଜିଲାନ୍ସ କଟକ ଡ଼ିଭିଜନ୍ ଏସପି ଶଶିଭୂଷଣ ମିଶ୍ରଙ୍କ ନେତୃତ୍ୱରେ ଏହି ଚଢ଼ଉ ଜାରୀ ରହିଛି । ବସ୍ତିଆଙ୍କ ନିଆଳିର ସିଠାଳୋସ୍ଥିତ ପୈତୃକ ବାସଭବନ, ଶ୍ୱଶୁର ଘର ସମେତ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଏହି ଚଢ଼ଉ କରାଯାଇଛି । ଚଢ଼ଉ ଜାରୀ ରହିଥିବାରୁ ଏନେଇ ସବିଶେଷ ତଥ୍ୟ ମିଳିପାରିନାହିଁ ।