
କନ୍ଧମାଳ– କନ୍ଧମାଳ ଜିଲ୍ଲାରେ ଆଜି ନୂଆ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଭର୍ଭି କରାଯାଇଛି । ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୭୧୪ କୁ ବୃଦ୍ଧି ପାଇଛି ।
ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୧ ରହିଛି । ଗତକାଲି ସୁଦ୍ଧା ୫୫୫୪ ସୁସ୍ଥ ସଂଖ୍ୟା ଏବଂ ସକ୍ରିୟ ସଂଖ୍ୟା ୧୧୦ ରହିଛି ।