କନ୍ଧମାଳ– ଫିରିଙ୍ଗିଆ ବିଡ଼ିଓ ରଶ୍ମିରଞ୍ଜନ ମହନ୍ତଙ୍କ ପିତ୍ନୀ ରଶ୍ମିତା ମହନ୍ତ ତାଙ୍କ ସରକାରୀ ବାସଭବନରେ ବେକରେ ଲୁଗା ବାନ୍ଧି ଆତ୍ମହତ୍ୟା କରିଛନ୍ତି । ତାଙ୍କୁ ଫୁଲବାଣୀ ମେଡ଼ିକାଲରେ ଭର୍ତି କରାଯାଇଥିବା ବେଳେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ କେଉଁଥିପାଇଁ ସେ ଆତ୍ମହତ୍ୟା ଭଳି ଚରମ ନିଷ୍ପତି ନେଇଥିଲେ ତାହା ଅଦ୍ୟାବଧି ଅସ୍ପଷ୍ଟ ରହିଛି । ଖବର ପାଇ ଫିରିଙ୍ଗିଆ ଥାନା ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇବା ସହ ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ଘଟଣାର ତଦନ୍ତ ଚଳାଇଛି ।