
ଭୁବନେଶ୍ୱର– ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ, ଜାତୀୟବାଦୀ ନେତା, ସ୍ୱାଧୀନତା ସଂଗ୍ରାମୀ, ସଂସ୍କାରକ, ବାଗ୍ମୀ ପଣ୍ଡିତ ନୀଳକଣ୍ଠ ଦାସଙ୍କ ୫୩ତମ ଶ୍ରାଦ୍ଧଦିବସ ଉପଲକ୍ଷେ ତାଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ବିଧାନସଭା ପରିସରରେ ଅବସ୍ଥିତ ପଣ୍ଡିତ ନୀଳକଣ୍ଠ ଦାସଙ୍କ ପ୍ରତିମୂର୍ତିରେ
ପୁଷ୍ପମାଲ୍ୟ ଅର୍ପଣ କରାଯାଇ ତାଙ୍କୁ ଶ୍ରଦ୍ଧାସୁମନ ଜ୍ଞାପନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର, ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂ, ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀଙ୍କ ସମେତ ବିଧାନସଭାର କର୍ମଚାରୀମାନେ ଉପସ୍ଥିତ ଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO