୦୨୮୬୧/୦୨୮୬୨ ରାଉରକେଲା-ଭୁବନେଶ୍ୱର-ରାଉରକେଲା ବିଶେଷ ଟ୍ରେନ ରାଉରକେଲାରୁ ସକାଳ ୫ ଟା୧୦ମିରେ ଛାଡି ଭୁବନେଶ୍ୱରରେ ଅପରାହ୍ନ ୧୨ଟା୩୦ମିରେ ପହଂଚିବ । ଫେରିବା ପଥରେ, ୦୨୮୬୨ ଭୁବନେଶ୍ୱର-ରାଉରକେଲା ବିଶେଷ ଟ୍ରେନ ଭୁବନେଶ୍ୱରରୁ ଅପରାହ୍ନ ୨ଟା୧୦ମି. ରେ ଛାଡି ରାଉରକେଲାରେ ରାତ୍ର ୯ଟା୪୦ମିରେ ପହଂଚିବ ।
ଏହି ବିଶେଷ ଟ୍ରେନ ପୂର୍ବରୁ ୮ ଟି କୋଚ ପରିବର୍ତେ ଏବେ ୧୦ କୋଚ ସହିତ ଚଳାଚଳ କରିବ । ଏହି ଟ୍ରେନ ରେ ଗୋଟିଏ ଏସି-ଚେୟାର କାର ଏବଂ ଗୋଟିଏ ଦ୍ୱିତୀୟ ଶ୍ରେଣୀ ଚେୟାର କାର ଅତିରିକ୍ତ ସଂଯୋଗ ପରେ ଏହା୨ଟି ଏସି ଚେୟାର୍ କାର୍ ,୬ଟି ସେକେଣ୍ଡ୍ କ୍ଲାସ୍ ଚେୟାର୍ କାର୍ ଏବଂ ୨ଟି ଗାର୍ଡ ତଥା ଲଗେଜ୍ ଭ୍ୟାନ୍ ସହିତ ଚଳାଚଳ କରିବ । ଏହି ଟ୍ରେନ୍ ଉଭୟ ଦିଗରୁ ରାଉରକେଲା ଏବଂ ଭୁବନେଶ୍ୱର ମଧ୍ୟରେ ରାଜଗାଙ୍ଗପୁର, ବମରା, ଝାରସୁଗୁଡା, ରେଙ୍ଗାଲୀ, ସମ୍ବଲପୁର ସିଟି, ରେଢ଼ାଖୋଲ, ବଇଣ୍ଡା, ଅନୁଗୁଳ, ତାଲଚର ରୋଡ୍, ଢେଙ୍କାନାଳ ଏବଂ ନରାଜ ମାର୍ଥାପୁର ଷ୍ଟେସନ ମାନଙ୍କରେ ରହଣି କରିବ ।