ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଓ ସମ୍ବଲପୁର ଜିଲ୍ଲାର ୩-୩ ଜଣ ଥିବା ବେଳେ ବରଗଡ ଓ ମୟୁରଭଂଜ ଜିଲ୍ଲାର ୨-୨ ଜଣ ଅଛନ୍ତି । ଏହା ବାଦ କଟକ, ମାଲକାନଗିରି, ବଲାଙ୍ଗୀର, ପୁରୀ, ବାଲେଶ୍ୱର ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାରେ ୭୩ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ୱରର ଜଣେ ୭୦ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଭୁବନେଶ୍ୱରର ଜଣେ ୫୪ ବର୍ଷୀୟ କରୋନା ଆକ୍ରାନ୍ତ ମହିଳା ମୃତ୍ୟୁବରଣ କରିଛନ୍ତି ।
ଖୋର୍ଧା ଜିଲ୍ଲାର ଜଣେ ୩୮ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ରୋଗରେ ପୀଡିତ ଥିଲେ । ମାଲକାନଗିରି ଜିଲ୍ଲାର ଜଣେ ୪୮ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ବଲାଙ୍ଗୀର ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ପୁରୀ ଜିଲ୍ଲାର ଜଣେ ୭୨ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି ।
ବାଲେଶ୍ୱର ଜିଲ୍ଲାର ଜଣେ ୫୧ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାର ଜଣେ ୫୫ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାର ଜଣେ ୫୬ ବର୍ଷୀୟ କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଛି । ସମ୍ବଲପୁର ଜିଲ୍ଲାର ଜଣେ ୬୫ ବର୍ଷୀୟ କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଛି । ସମ୍ବଲପୁର ଜିଲ୍ଲାରେ ୬୧ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ସମ୍ବଲପୁର ଜିଲ୍ଲାର ଜଣେ ୪୬ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ବରଗଡ ଜିଲ୍ଲାର ଜଣେ ୬୭ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ବରଗଡ ଜିଲ୍ଲାର ଜଣେ ୭୨ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।