
କୈଳାଶ ଚନ୍ଦ୍ର ପଣ୍ଡା,ପୁରୀ,ମୋ ଧାମ ମୋ ଗର୍ବ ଅଭିଯାନ ଅଧିନରେ ଜାରି ସଫେଇ କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଇଛି । ସ୍ବତନ୍ତ୍ର ଗାଡି ମାଧ୍ୟମରେ ପ୍ଲାଷ୍ଟିକ ଆବର୍ଜନା ସଂଗ୍ରହ, ସ୍ବଚ୍ଛତା ବଜାୟ ରଖିବା ନିମନ୍ତେ ଶପଥ ସଂପର୍କିତ ଦସ୍ତଖତ ଅଭିଯାନରେ ସମସ୍ତ ବର୍ଗ ସାମିଲ ହୋଇଥିବାରୁ ଏହା ଆସନ୍ତା କାଲି ମଧ୍ୟ ଜାରି ରହିବ । ଏଥିନିମନ୍ତେ ଜିଲ୍ଲାପାଳ ଶ୍ରୀ ବଲୱନ୍ତ ସିଂ ଆଜି ସନ୍ଧ୍ୟାରେ ତାଙ୍କ ଆବାସିକ କାର୍ଯ୍ୟାଳୟରେ ଉକ୍ତ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଏନଫୋର୍ସମେଣ୍ଟ କାର୍ଯ୍ୟକୁ ଆହୁରି କଡାକଡି କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଆଜି ବିଭିନ୍ନ ୱାର୍ଡରୁ ଟ୍ରାକ୍ଟର ମାଧ୍ୟମରେ ୫୯ ଟ୍ରିପ ଆବର୍ଜନା ସଂଗ୍ରହ କରାଯାଇଛି । ରାସ୍ତାକଡରେ ନିର୍ମାଣ ସାମଗ୍ରୀ, ଆବର୍ଜନା ରଖି ଅବରୋଧ କରିବା ସହ କଠିନ ବର୍ଜ୍ୟବସ୍ତୁ ପରିଚାଳନା ନୀୟମ ଉଲଂଘନ କରିଥିବାରୁ ୩୯ ଜଣଙ୍କୁ ନୋଟିସ ଜାରି କରାଯାଇଛି ଓ ଅନ୍ୟମାନଙ୍କ ଠାରୁ ୬ ହଜାର ୭ ଶହ ୫୦ ଟଙ୍କା ଜୋରିମାନା ଆଦାୟ କରାଯାଇଛି । ଆଜି ଦିନକରେ ବିଭିନ୍ନ ୱାର୍ଡରେ ପ୍ରାୟ ୪.୮ କି.ମି. ପରିସରରୁ ଅନାବନା ଗଛ କଟାଯାଇ ସଫାକରାଯାଇଛି । ବୈଠକରେ ପୌରସଂସ୍ଥା ନିର୍ବାହୀ ଅଧିକାରୀ ବିଜୟ କୁମାର ଦାଶ, ଉପ ଜିଲ୍ଲପାଳ ଭବତାରଣ ସାହୁ, ଶ୍ରୀମନ୍ଦିର ନୀତି ପ୍ରଶାସକ ଅଜୟ କୁମାର ଜେନା ପ୍ରମୁଖ ଉପସ୍ଥିତ ଥିଲେ
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO