
ଭୁୁବନେଶ୍ୱର– ଭଦ୍ରକ ଜିଲ୍ଲାରେ ଏନ୍ଏଚ୍-୧୬ ଚରମ୍ପା ନିକଟ ତ୍ରିଶୁଳପୁର ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣା ପଡିଛି । ବସ ଚାଳକ ଭାରସାମ୍ୟ ହରାଇବା କାରଣରୁ ବସ୍ଟି ଓଲଟି ପଡ଼ିବାରୁ ୧୧ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି । ରବିବାର ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି ।
ମିଳିଥିବା ସୂଚନା ଅନୁସାରେ, ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଏକ ଘରୋଇ ବସ୍ ବାଲେଶ୍ୱରରୁ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଥିଲା । ତେବେ ୧୬ ନମ୍ବର ଜାତୀୟ ରାଜପଥ ତ୍ରିଶୁଳପୁର ନିକଟରେ କୌଣସି କାରଣରୁ ବସ୍ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଦୁର୍ଘଟଣା ପରେ ଅଗ୍ନିଶମ ବାହିନୀ ଆହତଙ୍କୁ ଉଦ୍ଧାର କରି ମେଡିକାଲ୍ରେ ଭର୍ତି କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO