ଭୁବନେଶ୍ୱର– ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି । ସଂକ୍ରମଣରେ ଆଗରେ ଥିବା ଖୋର୍ଦ୍ଧା ଜିଲ୍ଲାରେ ଦୀର୍ଘଦିନ ପରେ ସଂକ୍ରମିତଙ୍କ ସଂଖ୍ୟା ୧୦୦ ତଳେ ରହିଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୨୧୯ ଜଣ କରୋନା ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୦୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ବାକି ୫୧୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨ ହଜାର ୭୯୩ରେ ପହଂଚିଛି । ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୮୮ ହଜାର ୧୬୮ ଜଣ ସୁସ୍ଥ ହୋଇ ସାରିଲେଣି । ବର୍ତମାନ ୧୩ ହଜାର ୧୩୧ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦୭ ଜଣ, ବରଗଡ଼ରୁ ୩୯ ଜଣ, ଭଦ୍ରକରୁ ୨୨ ଜଣ, ବଲାଙ୍ଗୀରରୁ ୪୬ ଜଣ, ବୌଦ୍ଧରୁ ୫ ଜଣ, କଟକରୁ ୧୦୬ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୩୦ ଜଣ, ଗଜପତିରୁ ୯ ଜଣ, ଗଞ୍ଜାମରୁ ୧୫ ଜଣ, ଜଗତ୍ସିଂହପୁରରୁ ୫୩ ଜଣ, ଯାଜପୁରରୁ ୩୨ ଜଣ, ଝାରସୁଗୁଡ଼ାରୁ ୩୬ ଜଣ, କଳାହାଣ୍ଡିରୁ ୩୮ ଜଣ, କନ୍ଧମାଳରୁ ୧୦ ଜଣ, କେନ୍ଦ୍ରାପଡ଼ାରୁ ୫୦ ଜଣ, କେନ୍ଦୁଝରରୁ ୪୦ ଜଣ, ଖୋର୍ଦ୍ଧାରୁ ୯୨ ଜଣ, କୋରାପୁଟରୁ ୨୮ ଜଣ, ମାଲକାନଗରିରୁ ୫ ଜଣ, ମୟୂରଭଞ୍ଜରୁ ୮୩ ଜଣ, ନବରଙ୍ଗପୁରରୁ ୧୩ ଜଣ, ନୟାଗଡ଼ରୁ ୨୩ ଜଣ, ନୂଆପଡ଼ାରୁ ୩୧ ଜଣ, ପୁରୀରୁ ୩୪ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ବଲପୁରରୁ ୩୨ ଜଣ, ସୋନପୁରରୁ ୨୦ ଜଣ, ସୁନ୍ଦରଗଡ଼ରୁ ୧୦୭ ଜଣ ଓ ଷ୍ଟେଟ୍ ପୁଲ୍ରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଅନ୍ୟପକ୍ଷରେ ଗତ ୨୪ ଘଂଟାରେ କରୋନାରେ ଆଉ ୧୬ ରୋଗୀ ମୃତ୍ୟୁବରଣ କରିଛନ୍ତିି ।