ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୦,୪୩,୬୬୫ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା, ୧୧,୯୬,୧୫,୮୫୭ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୩୮,୦୭୪ ନୂଆ ମାମଲା, ୪୪୮ ଜଣଙ୍କର ମୃତ୍ୟୁ
ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ ୩୮,୦୭୪ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଗତ ୨୪ ଘଂଟା ମଧ୍ୟରେ ୪୪୮ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୫,୯୧,୭୩୧ରେ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫,୦୫,୨୬୫ ଥିବା ବେଳେ ବର୍ତମାନ ସୁଦ୍ଧା ୧,୨୭,୦୫୯ ଜଣ ମୃତ୍ୟୁ ବରଣ କରିଛନ୍ତି ।