
ଭୁବନେଶ୍ୱର–ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୫୪ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ସମ୍ବଲପୁର ଓ ମୟୁରଭଂଜ ଜିଲ୍ଲାର ୩-୩ ଜଣ ଥିବା ବେଳେ ଖୋର୍ଧା ଓ ସୁନ୍ଦରଗଡ ଜିଲ୍ଲାରୁ ୨-୨ ଜଣ ଅଛନ୍ତି । ସେହିପରି ବାଲେଶ୍ୱର, କେନ୍ଦୁଝର ଓ ବରଗଡ ଜିଲ୍ଲାର ଜଣେ ଜଣେ ଅଛନ୍ତି ।