ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ସମ୍ବଲପୁର ଓ ମୟୁରଭଂଜ ଜିଲ୍ଲାର ୩-୩ ଜଣ ଥିବା ବେଳେ ଖୋର୍ଧା ଓ ସୁନ୍ଦରଗଡ ଜିଲ୍ଲାରୁ ୨-୨ ଜଣ ଅଛନ୍ତି । ସେହିପରି ବାଲେଶ୍ୱର, କେନ୍ଦୁଝର ଓ ବରଗଡ ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାରେ ୬୧ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ବରଗଡ ଜିଲ୍ଲାରେ ଜଣେ ୬୭ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଭୁବନେଶ୍ୱରର ଜଣେ ୮୫ ବର୍ଷୀୟ କରୋନା ଆକ୍ରାନ୍ତ ମହିଳା ମୃତ୍ୟୁବରଣ କରିଛନ୍ତି । ଖୋର୍ଧା ଜିଲ୍ଲାର ଜଣେ ୫୪ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ରୋଗରେ ପୀଡିତ ଥିଲେ । କେନ୍ଦୁଝର ଜିଲ୍ଲାର ଜଣେ ୬୦ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ମୟୁରଭଂଜ ଜିଲ୍ଲାର ଜଣେ ୬୦ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାର ୭୦ ବର୍ଷୀୟ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାର ଜଣେ ୬୬ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସମ୍ବଲପୁର ଜିଲ୍ଲାର ଜଣେ ୫୪ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସମ୍ବଲପୁର ଜିଲ୍ଲାର ଜଣେ ୬୫ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି ।
ସମ୍ବଲପୁର ଜିଲ୍ଲାର ଜଣେ ୫୮ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ୫୬ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୫୫ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।