ଭୁବନେଶ୍ୱର–ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୬୯ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାର ୪ ଜଣ ଥିବା ବେଳେ କଟକ ଜିଲ୍ଲାର ୩ ଜଣ ଅଛନ୍ତି । ସେହିପରି ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ୨-୨ ଲଜଣ ତଥା ଅନୁଗୁଳ, ଖୋର୍ଧା, ସମ୍ବଲପୁର ଓ ମୟୁରଭଂଜ ଜିଲ୍ଲାର ଜଣେ ଜଣେ ଅଛନ୍ତି ।