ଭୁବନେଶ୍ୱର– କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବାଲେଶ୍ୱର ଓ ତିର୍ତୋଲ ଉପନିର୍ବାଚନରେ ବିଜୟୀ ହୋଇଥିବା ବିଜେଡି ପ୍ରାର୍ଥୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି େ ଯ – ଏହି ଉପନିର୍ବାଚନରେ ବିଜୟୀ ହୋଇଥିବା ବିଜେଡି ପ୍ରାର୍ଥୀଙ୍କୁ ଅଭିନନ୍ଦନ ।
ବାଲେଶ୍ୱର ସଦର ଏବଂ ତିର୍ତୋଲ ବିଧାନସଭା ଉପନିର୍ବାଚନର ଫଳାଫଳକୁ ସ୍ୱୀକାର କରିବା ସହ ଗଣତନ୍ତ୍ରରେ ଜନତାଙ୍କ ରାୟକୁ ସମ୍ମାନ ଜଣାଉଛି । ଆଗାମୀ ଦିନରେ ଆମେ ରାଜ୍ୟର ପ୍ରତ୍ୟେକ ବୁଥରେ ସଂଗଠନକୁ ସୁଦୃଢ କରିବା ସହ ଜନ କଲ୍ୟାଣ ଓ ଲୋକସମ୍ପର୍କ ମାଧ୍ୟମରେ ଲୋକଙ୍କ ବିଶ୍ୱାସ ହାସଲ କରିବା ପାଇଁ ଚେଷ୍ଟା କରିବୁ ।