ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୮୪,୫୪୭ ଥିବା ବେଳେ ବର୍ତମାନ ସୁଦ୍ଧା ୧,୨୮,୬୮୮ ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୧,୩୯,୨୩୦ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୧,୩୯,୨୩୦ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା, ୧୨,୩୧,୦୧,୭୩୯ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୩୫ ଗିରଫ
ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୬ଟି ମାମଲା ରୁଜୁ କରିଛି । ୩୫ ଜଣଙ୍କୁ ଗିରଫ କରା ଯାଇଥିବା ବେଳେ ୬୬୯ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୭,୫୯,୭୫୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।