ଆଜି ଚିହ୍ନଟ ହୋଇଥିବା ୧୦୧୮ ଜଣଙ୍କ ମଧ୍ୟରୁ ୫୮୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୩୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ୯୪ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଅନୁଗୁଳ ଜିଲ୍ଲାରୁ ୬୫ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୨୪ ଜଣ, ବରଗଡ଼ରୁ ୨୭ ଜଣ, ଭଦ୍ରକରୁ ୯ ଜଣ, ବଲାଙ୍ଗୀରରୁ ୬୭ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୭୩ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳୁ ୨୦ ଜଣ, ଗଜପତିରୁ ୭ଜଣ, ଗଞ୍ଜାମରୁ ୧୩ ଜଣ, ଜଗତ୍ସିଂହପୁରରୁ ୫୧ ଜଣ, ଯାଜପୁରରୁ ୩୯ ଜଣ, ଝାରସୁଗୁଡ଼ାରୁ ୨୭ ଜଣ, କଳାହାଣ୍ଡିରୁ ୪୩ ଜଣ, କନ୍ଧମାଳରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୩୮ ଜଣ, କେନ୍ଦୁଝରରୁ ୩୫ ଜଣ, ଖୋର୍ଦ୍ଧାରୁ ୮୩ ଜଣ, କୋରାପୁଟରୁ ୧୨ ଜଣ, ମାଲକାନଗିରିରୁ ୩ ଜଣ, ମୟୂରଭଞ୍ଜରୁ ୮୬ ଜଣ, ନବରଙ୍ଗପୁରରୁ ୧୭ ଜଣ, ନୟାଗଡ ଜିଲ୍ଲାରୁ ୧୦ ଜଣ, ନୂଆପଡ଼ାରୁ ୪୧ ଜଣ, ପୁରୀରୁ ୩୮ ଜଣ, ସମ୍ବଲପୁରରୁ ୪୬ ଜଣ, ସୋନପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୯୪ ଜଣ ଓ ଷ୍ଟେଟ୍ପୁଲ୍ରୁ ୧୭ ଜଣ ଚିହ୍ନଟ ହୋଇଛନ୍ତି ।