ଆଇଜଲ, ମିଜୋରାମ ରେ ଗତ ୨୪ ଘଂଟା ମଧ୍ୟରେ କରୋନାର ୫୯ ଟି ନୂଆ ମାମଲା ସାମନାକୁ ଆସିଛି । ଏହା ସହିତ ରାଜ୍ୟରେ କରୋନା ମାମଲା ସଂଖ୍ୟା ବଢି ୩୩୬୮ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନାରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୯,୨୯,୪୯୧ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୯,୨୯,୪୯୧ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା, ୧୨,୪୦,୩୧,୨୩୦ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛି ।