ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାର ୫ ଜଣ ଓ ବରଗଡ ଜିଲ୍ଲାର ୩ ଜଣ ଅଛନ୍ତି । ସେହିପରି ଝାରସୁଗୁଡା ଜିଲ୍ଲାର ୨ ଜଣ ଅଛନ୍ତି । ସେହିପରି ମୃତକଙ୍କ ମଧ୍ୟରେ ଖୋର୍ଧା, ଦେବଗଡ, ମୟୁରଭଂଜ, ନୟାଗଡ, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଜଣେ ଅଛନ୍ତି ।
ବରଗଡ ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ବରଗଡ ଜିଲ୍ଲାର ଜଣେ ୨୪ ବର୍ଷୀୟ କରୋନା ସଂକ୍ରମିତ ମହିଳା ମୃତ୍ୟୁବରଣ କରିଛନ୍ତି । ବରଗଡ ଜିଲ୍ଲାର ଜଣେ ୭୮ ବର୍ଷୀୟ ପୁୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ୱରର ଜଣ ଜଣେ ୪୭ ବର୍ଷୀୟ ମହିଳାଙ୍କ କରୋନାରେ ମୃତ୍ୟୁ ଘଟିଛି । ଦେବଗଡ ଜଣେ ୫୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଝାରସୁଗୁଡା ଜିଲ୍ଲାର ଜଣେ ୫୬ ବର୍ଷୀୟ ମହିଳାଙ୍କ ମୃତ୍ୟୁ ଘଟିଛି । ଝାରସୁଗୁଡା ଜିଲ୍ଲାର ଜଣେ ୮୦ ବର୍ଷୀୟ ମହିଳାଙ୍କ କରୋନାରେ ମୃତ୍ୟୁ ହୋଇଛି । ମୟୁରଭଂଜ ଜିଲ୍ଲାର ଜଣେ ୬୦ ବର୍ଷୀୟ ମହିଳାଙ୍କ କରୋନାରେ ମୃତ୍ୟୁ ବରଣ କରିଛନ୍ତି । ନୟାଗଡ ଜିଲ୍ଲାର ଜଣେ ୪୯ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ପୁରୀ ଜିଲ୍ଲାର ଜଣେ ୫୮ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ସମ୍ବଲପୁର ଜିଲ୍ଲାର ଜଣେ ୭୮ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ୭୨ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ୭୩ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୭୦ ବର୍ଷୀୟ ପୁରୁଷ, ଜଣେ ୬୪ ବର୍ଷୀୟ ମହିଳା ତଥା ଅନ୍ୟ ଜଣେ ୫୮ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।