

କରୋନା ମହାମାରୀ କଟକଣା ସମୟରେ ଏଥର ଶୀତ ଅଧିବେଶନ ପରିଚାଳନା କିପରି ହେବ, କିଭଳି ଗୃହ କାର୍ଯ୍ୟ ସୁରୁଖୁରୁରେ ଚାଲିବ ସେନେଇ ଆଲୋଚନା କରିବାକୁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।
ବିଧାନସଭା ପରିସରରେ ସବୁ ଦଳର ପ୍ରତିନିଧିଙ୍କ ସହ ବାଚସ୍ପତି ଆଲୋଚନା କରିବେ । ସବୁ ଦଳ ସହଯୋଗ ଲୋଡ଼ିବେ ବାଚସ୍ପତି । ଶୀତ ଅଧିବେଶନରେ ପ୍ରଶ୍ନକାଳ ଉପରେ ଆଲୋଚନା ହେବ କି ନାହିଁ, ସେନେଇ ମତ ନିଆଯିବ । ପୂର୍ବରୁ ବିଧାନସଭା ମୌସୁମୀ ଅଧିବେଶନରେ ପ୍ରଶ୍ନକାଳକୁ ବାତିଲ କରାଯାଇଥିଲା । ସେହିପରି ଆଜି ତିର୍ତ୍ତୋଲ ଓ ବାଲେଶ୍ୱରର ନବ ନିର୍ବାଚିତ ବିଧାୟକଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।