
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଫୋନ କରି ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଟ୍ବିଟ କରି ଏହି ସୂଚନା ଦେଇଛନ୍ତି ।
ମଙ୍ଗଳବାର ବିଳମ୍ବିତ ରାତି ଟୁଇଟ କରି ମୋଦୀ କହିଛନ୍ତି, ସେ ନବନିର୍ବାଚିତ ଉପରାଷ୍ଟ୍ରପତି କମଳା ହେରିସଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି । ବାଇଡେନ ମୋଦୀଙ୍କୁ ଧନ୍ୟବାଦ ଜଣାଇ ଉଭୟ ଦେଶର ରଣନୀତିକୁ ମଜବୁତ କରିବାକୁ ଆଗ୍ରହ ପ୍ରକାଶ କରିଛନ୍ତି ।
ନରେନ୍ଦ୍ର ମୋଦୀ ଟୁଇଟ କରି କହିଛନ୍ତି, ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଫୋନ କରି ଶୁଭେଚ୍ଛା ଜଣାଇଛନ୍ତି । ଆମେ ଭାରତ-ଆମେରିକା ମଧ୍ୟରେ ରଣନୀତି ନେଇ ନିଜର ପ୍ରତିବଦ୍ଧତାର ପୁନାରବୃତ୍ତି କରିଛୁ । ଏହା ବ୍ୟାତୀତ କୋଭିଡ-୧୯ ମହାମାରୀ, ଜଳବାୟୁ ପରିବର୍ତ୍ତନ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ମଧ୍ୟ ଆଲୋଚନା କରିଛୁ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO