
ଗଞ୍ଜାମ– ଗଞ୍ଜାମ ଜିଲ୍ଲା ପୋଲିସ ପକ୍ଷରୁ ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଂଟା ମଧ୍ୟରେ କୋଭିଡ଼୍ କଟକଣା ଉଲ୍ଲଙ୍ଘନକାରୀ, ବେପରୁଆ ଗାଡି ଚାଳକ ଓ ବେଆଇନ ମଦ, ଗଞ୍ଜେଇ ବ୍ୟବସାୟୀଙ୍କ ଉପରେ ଚଢ଼ଉ କରାଯାଇଛି ।
ପୋଲିସର ସୂଚନା ଅନୁଯାୟୀ, ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନ କରିଥିବା ବେପରୁଆ ଗାଡ଼ି ଚାଳକଙ୍କ ଠାରୁ ୩୪ ହଜାର ୫୦୦ ଟଙ୍କା ଜୋରିମାନା ଆଦାୟ କରାଯାଇଛି । ସେହିପରି ମାସ୍କ ବ୍ୟବହାର କରୁନଥିବା ଲୋକଙ୍କ ଠାରୁ ଜୋରିମାନା ବାବଦକୁ ୧ ହଜାର ଟଙ୍କା ଆଦାୟ କରାଯାଇଛି । ଜୋରିମାନା ବାବଦକୁ ମୋଟ୍ ୩୫ ହଜାର ୫୦୦ ଟଙ୍କା ଆଦାୟ କରାଯାଇଛି ।
ସେହିପରି ୭ଟି ଅବକାରୀ ମାମଲା ରୁଜ୍ଜୁ ହୋଇଛି । ୧୬୫.୬ ଲିଟର ମଦ ଜବତ ହୋଇଛି । ଘଟଣାରେ ୭ ଜଣଙ୍କୁ ଗିରଫ କରିଛି ପୋଲିସ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO