ଆଜି ଚିହ୍ନଟ ହୋଇଥିବା ୮୬୮ ଜଣଙ୍କ ମଧ୍ୟରୁ ୪୯୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୬୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୨୬ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୫୪ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୮ ଜଣ, ବରଗଡ଼ରୁ ୨୧ ଜଣ, ଭଦ୍ରକରୁ ୧୩ ଜଣ, ବଲାଙ୍ଗୀରରୁ ୩୪ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧରୁ ୧, କଟକରୁ ୬୪ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୧୮ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୧୧ ଜଣ, ଜଗତ୍ସିଂହପୁରରୁ ୪୪ ଜଣ, ଯାଜପୁରରୁ ୩୧ ଜଣ, ଝାରସୁଗୁଡ଼ାରୁ ୨୧ ଜଣ, କଳାହାଣ୍ଡିରୁ ୨୦ ଜଣ, କନ୍ଧମାଳରୁ ୬ ଜଣ, କେନ୍ଦ୍ରାପଡ଼ାରୁ ୩୫ ଜଣ, କେନ୍ଦୁଝରରୁ ୩୯ ଜଣ, ଖୋର୍ଦ୍ଧାରୁ ୧୨୬ ଜଣ, କୋରାପୁଟରୁ ୧୨ ଜଣ, ମାଲକାନଗିରିରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୪୬ ଜଣ, ନବରଙ୍ଗପୁରରୁ ୧୪ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ନୂଆପଡ଼ାରୁ ୪୬ ଜଣ, ପୁରୀରୁ ୨୮ ଜଣ, ରାୟଗଡା ଜିଲ୍ଲାରୁ ୭ ଜଣ, ସମ୍ବଲପୁରରୁ ୧୮ ଜଣ, ସୋନପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୮୭ ଜଣ ଓ ଷ୍ଟେଟ୍ପୁଲ୍ରୁ ୨୩ ଜଣ ଚିହ୍ନଟ ହୋଇଛନ୍ତି ।