ଭୁବନେଶ୍ୱର, ୨୦ ନଭେମ୍ବର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୬୦୮ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାର ୪ ଜଣ ରହିଥିବା ବେଳେ କଟକ ଜିଲ୍ଲାର ୩ ଜଣ ଅଛନ୍ତି । ସେହିପରି ଗଂଜାମ ଓ ସମ୍ବଲପୁର ଜିଲ୍ଲାର ୨-୨ ଜଣ ଥିବା ବେଳେ ବରଗଡ, ଜଗତସିଂହପୁର, ଝାରସୁଗୁଡା, ପୁରୀ ଓ ସୁବର୍ଣପୁର ଭ ଜିଲ୍ଲାରୁ ଜଣେ ଜଣେ ଅଛନ୍ତିା
ବରଗଡ ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । କଟକ ଜିଲ୍ଲାର ଜଣେ ୬୫ ବର୍ଷୀୟ କରୋନା ସଂକ୍ରମିତ ମହିଳା ମୃତ୍ୟୁବରଣ କରିଛନ୍ତିା କଟକ ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । କଟକ ଜିଲ୍ଲାର ଜଣେ ୭୪ ବର୍ଷୀୟ ମହିଳାଙ୍କ କରୋନାରେ ମୃତ୍ୟୁ ଘଟିଛି । ଗଂଜାମ ଜିଲ୍ଲାର ଜଣେ ୫୮ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଗଂଜାମ ଜିଲ୍ଲାର ଜଣେ ୩୯ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ଜଗତସିଂହପୁର ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷଙ୍କ କରୋନାରେ ମୃତ୍ୟୁ ହୋଇଛି । ଝାରସୁଗୁଡା ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷଙ୍କ କରୋନାରେ ମୃତ୍ୟୁ ବରଣ କରିଛନ୍ତି । ପୁରୀ ଜିଲ୍ଲାର ଜଣେ ୬୧ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ସମ୍ବଲପୁର ଜିଲ୍ଲାର ଜଣେ ୫୯ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସମ୍ବଲପୁର ଜିଲ୍ଲାର ୪୮ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସୁବର୍ଣପୁର ଜିଲ୍ଲାର ୩୮ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛିା ସୁନ୍ଦରଗଡ ଜିଲ୍ଲାର ଜଣେ ୬୬ ବର୍ଷୀୟ ମହିଳାଙ୍କ ମୃତ୍ୟୁ ଘଟିଛି । ସେହିପରି ସୁନ୍ଦରଗଡ ଜିଲ୍ଲାର ଜଣେ ୬୯ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେହିପରି ସୁନ୍ଦରଗଡ ଜିଲ୍ଲାର ଜଣେ ୪୫ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୪୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।