ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ ୪୧,୮୧୦ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଗତ ୨୪ ଘଂଟା ମଧ୍ୟରେ ୪୯୬ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୩,୯୨,୯୨୦ ରେ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୫୩,୯୫୬ ଥିବା ବେଳେ ବର୍ତମାନ ସୁଦ୍ଧା ୧,୩୬,୬୯୬ ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୨,୮୩,୪୪୯ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୨,୮୩,୪୪୯ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା, ୧୩,୯୫,୦୩,୮୦୩ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛି ।