
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୩୪ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଜିଲ୍ଲାର ୨ ଜଣ ଥିବା ବେଳେ ବାଲେଶ୍ୱର ଓ ଢେଙ୍କାନାଳ ଜିଲ୍ଲାର ଜଣେ ଜଣେ ଅଛନ୍ତି ।