
କନ୍ଧମାଳ– କନ୍ଧମାଳ ଜିଲ୍ଲାରେ ଆଜି ନୂଆ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ଭି କରାଯାଇଛି । ସେହିପରି ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୮୯୨କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ରାଇକିଆ ବ୍ଲକରୁ ୨ ଜଣ, ତୁମୁଡ଼ିବନ୍ଧ ବ୍ଲକରୁ ଜଣେ ଏବଂ ଦାରିଙ୍ଗବାଡ଼ି ବ୍ଲକରୁ ଜଣେ ଆକ୍ରାନ୍ତ ରହିଛନ୍ତି ।
ଗତକାଲି ସୁଦ୍ଧା ଜିଲ୍ଲାରେ ୫୮୨୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାଜନିତ ସକ୍ରିୟ ମାମଲା ୩୩ ରହିଛି । ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩ ରହିଛି ।