
ମାଲକାନଗିରି- ମାଲକାନଗିରି ଜିଲ୍ଲାରେ ଆଜି ନୂଆ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୧୬୮ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ତି କରାଯାଇଛି । ସେହିପରି ସାମାନ୍ୟ ଆକ୍ରାନ୍ତଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି ।
ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୨ ଜଣ ଏବଂ ମାଥିଲି ବ୍ଲକରୁ ଦୁଇ ଜଣ ଆକ୍ରାନ୍ତ ରହିଛନ୍ତି । ଆଜି ଚିହ୍ନଟ ଆକ୍ରାନ୍ତ ମାନଙ୍କ ମଧ୍ୟରୁ ଘରକୁ ଘର ବୁଲି ମେଡିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ଦୁଇ ଜଣ ଏବଂ ଅନ୍ୟ ଦୁଇ ଜଣ କ୍ଲିନିକାଲ ରେଫର୍ ରହିଛନ୍ତି ।
ଅଦ୍ୟାବଧି ଜିଲ୍ଲାରେ ୫୦୮୭ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୬୦ ରହିଛି । ସେହିପରି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧ ରହିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO