କୈଳାଶ ଚନ୍ଦ୍ର ପଣ୍ଡା,ପୁରୀ, କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ଶ୍ରୀମନ୍ଦିରରେ ମହାପ୍ରଭୁ ମାନଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହେବ । ଶ୍ରୀଜୀଉଙ୍କ ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ହେବ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରୁଛନ୍ତି ନୀତିକାନ୍ତି ।ଆଡ଼କିଆ ବେଶରେ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯିବ । ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ। ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯିବ। ଏଥି ସହିତ ପୂର୍ବ ଦିନ ପରି ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟି ବସ୍ତୁ ଇତ୍ୟାଦିରେ ଠାକୁରମାନଙ୍କୁ ଆଡ଼କିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯିବ |
Related Stories
November 23, 2024