ଆଜି ଚିହ୍ନଟ ହୋଇଥିବା ୪୧୮ ଜଣଙ୍କ ମଧ୍ୟରୁ ୨୪୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୭୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୪୧ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୩୪ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୯ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୧୫ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୨୫ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୭ ଜଣ, ଗଜପତିରୁ ଜିଲ୍ଲାରୁ ଜିଲ୍ଲାରୁ ୨, ଗଞ୍ଜାମରୁ ୭ ଜଣ, ଜଗତ୍ସିଂହପୁରରୁ ୧୬ ଜଣ, ଯାଜପୁରରୁ ୨୦ ଜଣ, ଝାରସୁଗୁଡ଼ାରୁ ୧୪ ଜଣ, କଳାହାଣ୍ଡିରୁ ୧୩ ଜଣ, କନ୍ଧମାଳର ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୧୯ ଜଣ, କେନ୍ଦୁଝରରୁ ୧୯ ଜଣ, ଖୋର୍ଦ୍ଧାରୁ ୨୩ ଜଣ, କୋରାପୁଟରୁ ୯ ଜଣ ଚିହ୍ନଟ ହୋଇଛନ୍ତି । ମାଲକାନଗିରିରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୩୨ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ ଜିଲ୍ଲାରୁ ୭, ନୂଆପଡ଼ାରୁ ୨୩ ଜଣ, ପୁରୀରୁ ୧୩ ଜଣ, ରାୟଗଡା ଜିଲ୍ଲାରୁ ୧୭ ଜଣ, ସମ୍ବଲପୁରରୁ ୧୭ ଜଣ, ସୋନପୁରରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୪୧ ଜଣ ଓ ଷ୍ଟେଟ୍ପୁଲ୍ରୁ ୫ ଜଣ ଚିହ୍ନଟ ହୋଇଛନ୍ତି ।