
ମୋହନା– ଗଜପତି ଜିଲ୍ଲା ଅଡ଼ବା ଥାନା ଅନ୍ତର୍ଗତ ଦମଦୁଆ ଛକରେ ଦୁଇ ବାଇକ୍ ପରସ୍ପର ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ଅନ୍ୟ ୩ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ନିକଟସ୍ଥ ମେଡ଼ିକାଲରେ ଭର୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଂଚି ମୃତକ ଦ୍ବୟଙ୍କ ଶବ ଜବତ କରିବା ସହ ଏହାକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି ।