ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ନୂଆ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୧୭୧ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ତି କରାଯାଇଛି । ସେହିପରି ସାମାନ୍ୟ ଆକ୍ରାନ୍ତଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି ।
ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ଜଣେ, ମାଥିଲି ବ୍ଲକରୁ ଜଣେ ଏବଂ କୋରକୁଣ୍ଡା ବ୍ଲକରୁ ଜଣେ ଆକ୍ରାନ୍ତ ରହିଛନ୍ତି । ଆଜି ଚିହ୍ନଟ ଆକ୍ରାନ୍ତ ମାନଙ୍କ ମଧ୍ୟରୁ ସମସ୍ତେ କ୍ଲିନିକାଲ ରେଫର୍ ରହିଥିବା ଜଣାପଡିଛି ।
ଅଦ୍ୟାବଧି ଜିଲ୍ଲାରେ ୫୦୯୦ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୬୦ ରହିଛି । ସେହିପରି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧ ରହିଛି ।