
ବାଲେଶ୍ଵର:(କୃଷ୍ଣ କୁମାର ମହାନ୍ତି) ବିଜୁ ଜନତା ଦଳର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ କ୍ରମାଗତ ଭାବେ ତୃତୀୟ ଥର ପାଇଁ ବାଲେଶ୍ବର ବିଜୁ ଛାତ୍ର ଜନତା ଦଳର ସଭାପତି ଭାବେ ସିମନ ଦାସ ମହାପାତ୍ର ମନୋନୀତ ହୋଇଛନ୍ତି।
ଜିଲ୍ଲାର ପ୍ରତ୍ୟେକ ୱାର୍ଡ଼ ଏବଂ ପଞ୍ଚାୟତ ସ୍ତରରେ ଛାତ୍ର ସଂଗଠନକୁ ଅଧିକ ସୁଦୃଢ ଏବଂ କ୍ରିୟାଶୀଳ କରିବା ସହ ତୃଣମୂଳ ସ୍ତରରେ ଛାତ୍ରଛାତ୍ରୀ ମାନଙ୍କର ବିଭିନ୍ନ ପ୍ରକାର ସମସ୍ୟାର ସମାଧାନ କରିବା ଦିଗରେ କାର୍ଯ୍ୟ କରିବେ ବୋଲି ସଭାପତି ଶ୍ରୀ ଦାସ ମହାପାତ୍ର ଗଣମାଧ୍ୟମକୁ କହିଛନ୍ତି। ଏହି ଅବସରରେ ଶ୍ରୀ ଦାସ ମହାପାତ୍ର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜିଲ୍ଲା ସଭାପତି ତଥା ପୂର୍ବତନ ସାଂସଦ ଇଂ. ରବୀନ୍ଦ୍ର କୁମାର ଜେନା, ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ମନ୍ତ୍ରୀ ପ୍ରତାପ ଜେନା, ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଛାତ୍ର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ଓ ଜିଲ୍ଲାର ସମସ୍ତ ବିଧାୟକମାନଙ୍କୁ ଧନ୍ୟବାଦ ଦେଇଛନ୍ତି।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO