
ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨ଟି ମାମଲା ରୁଜୁ କରିଛି । ୨୭ ଜଣଙ୍କୁ ଗିରଫ କରା ଯାଇଥିବା ବେଳେ ୩୬୨ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୬,୦୮,୦୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।