ବେଙ୍ଗାଲୁରୁ । କର୍ଣାଟକରେ ଗତ ୨୪ ଘଂଟାରେ ୯୯୮ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୮୪,୮୯ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୧,୭୭୮ ଜଣଙ୍କର ମୃତ୍ୟୁ ଘଟିଛି ।