ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୫୦ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଗଂଜାମ ଜିଲ୍ଲାର ୨ ଜଣ ଥିବା ବେଳେ ବାଲେଶ୍ୱର, ଖୋର୍ଧା, ଝାରସୁଗୁଡା ଓ ମୟୁରଭଂଜ ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ବାଲେଶ୍ୱର ଜିଲ୍ଲାର ଜଣେ ୮୨ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ୱରର ଜଣେ ୭୪ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତିା ଗଂଜାମ ଜିଲ୍ଲାର ଜଣେ ୫୮ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଗଂଜାମ ଜିଲ୍ଲାର ଜଣେ ୬୮ବର୍ଷୀୟ ମହିଳାଙ୍କ କରୋନାରେ ମୃତ୍ୟୁ ଘଟିଛି । ଝାରସୁଗୁଡା ଜିଲ୍ଲାର ଜଣେ ୭୧ ବର୍ଷୀୟ ପୁରୁଷ କୋରାନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ମୟୁରଭଂଜ ଜିଲ୍ଲାର ଜଣେ ୭୧ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ, ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ ।