ଆଜି ଚିହ୍ନଟ ହୋଇଥିବା ୪୩୪ ଜଣଙ୍କ ମଧ୍ୟରୁ ୨୪୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୮୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୫୪ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୪୫ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୦ ଜଣ, ବରଗଡ଼ରୁ ୨୩ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୨୯ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ୩ ଜଣ, କଟକରୁ ୨୮ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ଜିଲ୍ଲାରୁ କେହି ହେଲେ ସଂକ୍ରମିତ ହୋଇ ନାହାନ୍ତି । ଗଞ୍ଜାମରୁ ୯ ଜଣ, ଜଗତ୍ସିଂହପୁରରୁ ୯ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୮ ଜଣ, କନ୍ଧମାଳର ଜିଲ୍ଲାରୁ କେହି ହେଲେ ସଂକ୍ରମିତ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୮ ଜଣ, କେନ୍ଦୁଝରରୁ ୨୫ ଜଣ, ଖୋର୍ଦ୍ଧାରୁ ୫୪ ଜଣ, କୋରାପୁଟରୁ ୬ ଜଣ ଚିହ୍ନଟ ହୋଇଛନ୍ତି । ମାଲକାନଗିରିରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୨୭ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ ଜିଲ୍ଲାରୁ ୧, ନୂଆପଡ଼ାରୁ ୩୦ ଜଣ, ପୁରୀରୁ ୧୯ ଜଣ, ରାୟଗଡା ଜିଲ୍ଲାରୁ ୧ ସମ୍ବଲପୁରରୁ ୮ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୪୧ ଜଣ ଓ ଷ୍ଟେଟ୍ପୁଲ୍ରୁ ୧୧ ଜଣ ଚିହ୍ନଟ ହୋଇଛନ୍ତି ।