ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୬୦ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଗଂଜାମ ଜିଲ୍ଲାର ୩ ଜଣ ଥିବା ବେଳେ ନୟାଗଡ ଓ ଖୋର୍ଧା ଜିଲ୍ଲାର ଜଣେ ଜଣେ ଅଛନ୍ତି ।
କେନ୍ଦୁଝର ଜିଲ୍ଲାର ଜଣେ ୬୫ ବର୍ଷୀୟ ମହିଳାଙ୍କ ମୃତ୍ୟୁ ଘଟିଛି । କେନ୍ଦୁଝର ଜିଲ୍ଲାର ଜଣେ ୬୪ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତିା ମୟୁରଭଂଜ ଜିଲ୍ଲାର ଜଣେ ୭୫ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ମାଲକାନଗିରି ଜିଲ୍ଲାର ଜଣେ ୪୦ ବର୍ଷୀୟ ମହିଳାଙ୍କ କରୋନାରେ ମୃତ୍ୟୁ ଘଟିଛି । ନୂଆପଡା ଜିଲ୍ଲାର ଜଣେ ୪୦ ବର୍ଷୀୟ ପୁରୁଷ କୋରାନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।