ଆଜି ଚିହ୍ନଟ ହୋଇଥିବା ୩୭୭ ଜଣଙ୍କ ମଧ୍ୟରୁ ୨୧୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୬୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୫୬ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୨୮ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୬ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୯ ଜଣ, ବଲାଙ୍ଗୀରରୁ ୨ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ କେହି ସଂକ୍ରମିତ ହୋଇ ନାହାନ୍ତି । କଟକରୁ ୧୮ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ଜିଲ୍ଲାରୁ କେହି ହେଲେ ସଂକ୍ରମିତ ହୋଇ ନାହାନ୍ତି । ଗଞ୍ଜାମରୁ ୬ ଜଣ, ଜଗତ୍ସିଂହପୁରରୁ ୧୧ ଜଣ, ଯାଜପୁରରୁ ୧୨ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳର ଜିଲ୍ଲାରୁ ୧, କେନ୍ଦ୍ରାପଡ଼ାରୁ ୭ ଜଣ, କେନ୍ଦୁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୫୬ ଜଣ, କୋରାପୁଟରୁ ୮ଜଣ ଚିହ୍ନଟ ହୋଇଛନ୍ତି । ମାଲକାନଗିରିରୁ ୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୨୫ ଜଣ, ନବରଙ୍ଗପୁରରୁ କେହି ସଂକ୍ରମିତ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୬, ନୂଆପଡ଼ାରୁ ୧୪ ଜଣ, ପୁରୀରୁ ୧୩ ଜଣ, ରାୟଗଡା ଜିଲ୍ଲାରୁ କେହି ସଂକ୍ରମିତ ହୋଇ ନାହାନ୍ତି । ସମ୍ବଲପୁରରୁ ୮ ଜଣ, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୪୭ ଜଣ ଓ ଷ୍ଟେଟ୍ପୁଲ୍ରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି ।