
ଭୁବନେଶ୍ୱର– ସାଂସଦ ତଥା ଓଡ଼ିଶା କଂଗ୍ରେସ ପ୍ରଭାରୀ ଡ. ଏ ଚେଲା କୁମାର ଶୁକ୍ରବାର ଦିନ ୨ଦିନିଆ ଓଡ଼ିଶା ଗ୍ରସ୍ତରେ ପହଂଚିଛନ୍ତି । ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
୧୧ଟାରେ କଂଗ୍ରେସ ଭବନରେ ଅନୁଷ୍ଠିତ କଂଗ୍ରେସ ବିଧାୟକ ଦଳ ବୈଠକରେ ଯୋଗଦେଇଛନ୍ତି । ସେହିଦିନ ଦିନ ୪ଘଟିକା ସମୟରେ କଂଗ୍ରେସର ସାଂଗଠନିକ ସ୍ଥିତି ନେଇ ବରିଷ୍ଠ ନେତୃବୃନ୍ଦଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ୫ ତାରିଖ ଦିନ ନୟାଗଡ଼ ଗ୍ରସ୍ତ କରି ମୃତ ପରୀର ପରିବାରକୁ ଭେଟିବେ ଏବଂ ସେହିଦିନ ନୟାଗଡ଼ରୁ ଭୁବନେଶ୍ୱର ଫେରି ଦିବା ୩ ଘଟିକା ସମୟରେ କଂଗ୍ରେସର ଆଗାମୀ ରଣନୀତି ନେଇ ଅନୁଷ୍ଠିତ ହେବାକୁ ଥିବା ପିସିସି ପର୍ଯ୍ୟବେକ୍ଷକ ଓ ଜିଲ୍ଲା ସଭାପତି ମାନଙ୍କ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ଅଛି ବୋଲି ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO