
ନୂଆଦିଲ୍ଲୀ, ଉତ୍ତର ପ୍ରଦେଶର ବାନ୍ଦା ଜିଲ୍ଲାରେ ଗୁରୁବାର ରାତିରେ ଯାତ୍ରୀବାହୀ ବସ ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ମୋଟ ୬ ଜଣ ଲୋକଙ୍କର ମୃତ୍ୟୁ ହୋଇଛି । ଅନ୍ୟ ୩ ଜଣଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ବାନ୍ଦା ଅପର ପୋଲିସ ଅଧୀକ୍ଷକ (ଏଏସପି) ମହେନ୍ଦ୍ର ପ୍ରତାପ ସିଂହ ଚୌହାନ କହିଛନ୍ତି, ରାତି ପ୍ରାୟ ୭ଟାରେ ଜମାଲପୁର ଗାଁର ପେଟ୍ରୋଲପମ୍ପ ନିକଟରେ ଚିଲ୍ଲାରୁ ଆସୁଥିବା ଯାତ୍ରୀବାହୀ ବସ ଓ ବିପରୀତ ଦିଗରୁ ଆସୁଥିବା ଅଟୋ ମଧ୍ୟ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ହିଁ ୬ ଜଣଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟ ୩ ଜଣ ଗୁରୁତର ହୋଇଥିଲେ ।
ଦୁର୍ଘଟଣା ସଂପର୍କିତ ସୂଚନା ମିଳିବା ପରେ ସ୍ଥାନୀୟ ଥାନାରୁ ପୋଲିସ ଓ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ପହଂଚି ଥିଲେ । ଚୌହାନ କହିଛନ୍ତି, ଜିଲ୍ଲାର ସମସ୍ତ ପ୍ରଶାସନିକ ଓ ପୋଲିସ ଅଧିକାରୀ ମଧ୍ୟ ଘଟଣାସ୍ଥଳକୁ ଯାଇଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO