
ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ନୂଆ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୧୮୪ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ତି କରାଯାଇଛି ।
ନୂଆ ଚିହ୍ନଟ ଏହି ଆକ୍ରାନ୍ତ ଜଣକ ମାଲକାନଗିରି ବ୍ଲକ ଅଂଚଳର ବୋଲି ଜଣାପଡିଛି । ଘରକୁ ଘର ବୁଲି ବେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ଏହି ଆକ୍ରାନ୍ତ ଜଣକ ଚିହ୍ନଟ ହୋଇଛନ୍ତି । ଅଦ୍ୟାବଧି ଜିଲ୍ଲାରେ ୫୧୧୪ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୪୮ ରହିଛି ।
ସେହିପରି ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨ କୁ ବୃଦ୍ଧି ପାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO