
ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୬୫ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ କେନ୍ଦୁଝର ଜିଲ୍ଲାର ୨ ଜଣ ଥିବା ବେଳେ ମୟୁରଭଂଜ, ନୂଆପଡା ଓ ମାଲକାନଗିରି ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ଭୁବନେଶ୍ୱରର ଜଣେ ୫୫ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ୱରର ଜଣେ ୭୯ ବର୍ଷୀୟ କରୋନା ସଂକ୍ରମିତ ମହିଳା ମୃତ୍ୟୁବରଣ କରିଛନ୍ତିା ଜଗତସିଂହପୁର ଜିଲ୍ଲାର ଜଣେ ୫୯ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ନୟାଗଡ ଜିଲ୍ଲାର ଜଣେ ୫୦ ବର୍ଷୀୟ ପୁରୁଷଙ୍କ କରୋନାରେ ମୃତ୍ୟୁ ଘଟିଛି । ପୁରୀ ଜିଲ୍ଲାର ଜଣେ ୭୨ ବର୍ଷୀୟ ପୁରୁଷ କୋରାନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO