ଆଜି ଚିହ୍ନଟ ହୋଇଥିବା ୩୭୭ ଜଣଙ୍କ ମଧ୍ୟରୁ ୨୧୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୬୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୫୩ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୩୫ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୯ ଜଣ, ବରଗଡ଼ରୁ ୨୨ ଜଣ, ଭଦ୍ରକରୁ ୧୦ ଜଣ, ବଲାଙ୍ଗୀରରୁ ୩୨ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୩୪ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୧ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ଜିଲ୍ଲାରୁ କେହି ହେଲେ ସଂକ୍ରମିତ ହୋଇ ନାହାନ୍ତି । ଗଞ୍ଜାମରୁ ୪ ଜଣ, ଜଗତ୍ସିଂହପୁରରୁ ୧୫ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କଳାହାଣ୍ଡିରୁ ୧୭ ଜଣ, କନ୍ଧମାଳର ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧୬ ଜଣ, କେନ୍ଦୁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୪୪ ଜଣ, କୋରାପୁଟରୁ ୩ଜଣ ଚିହ୍ନଟ ହୋଇଛନ୍ତି । ମାଲକାନଗିରିରୁ ୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୨୫ ଜଣ, ନବରଙ୍ଗପୁରରୁ ୫, ନୟାଗଡ ଜିଲ୍ଲାରୁ ୨, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୧୪ ଜଣ, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁରରୁ ୧୧ ଜଣ, ସୋନପୁରରୁ କେହି ସଂକ୍ରମିତହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୫୩ ଜଣ ଓ ଷ୍ଟେଟ୍ପୁଲ୍ରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି ।