
କନ୍ଧମାଳ– କନ୍ଧମାଳ ଜିଲ୍ଲାରେ ଆଜି ନୂଆ ୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ଭି କରାଯାଇଛି । ସେହିପରି ସାମାନ୍ୟ ଆକ୍ରାନ୍ତଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୯୧୦ କୁ ବୃଦ୍ଧି ପାଇଛି ।
ଗତକାଲି ସୁଦ୍ଧା ଜିଲ୍ଲାରେ ୫୮୫୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାଜନିତ ସକ୍ରିୟ ମାମଲା ୨୧ ରହିଛି । ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩ ରହିଛି ।