ଆଜି ଚିହ୍ନଟ ହୋଇଥିବା ୩୯୩ ଜଣଙ୍କ ମଧ୍ୟରୁ ୨୨୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୬୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୪୯ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୧୫ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୧ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୯ ଜଣ, ବଲାଙ୍ଗୀରରୁ ୨୩ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୨୫ ଜଣ, ଦେବଗଡ଼ରୁ ୧୭ ଜଣ, ଢେଙ୍କାନାଳରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ଜିଲ୍ଲାରୁ ୧, ଗଞ୍ଜାମରୁ ୩ ଜଣ, ଜଗତ୍ସିଂହପୁରରୁ ୧୧ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୧୨ ଜଣ, କଳାହାଣ୍ଡିରୁ ୨୭ ଜଣ, କନ୍ଧମାଳର ଜିଲ୍ଲାରୁ ୨, କେନ୍ଦ୍ରାପଡ଼ାରୁ ୧୨ ଜଣ, କେନ୍ଦୁଝରରୁ ୮ ଜଣ, ଖୋର୍ଦ୍ଧାରୁ ୪୯ ଜଣ, କୋରାପୁଟରୁ ୭ ଜଣ ଚିହ୍ନଟ ହୋଇଛନ୍ତି । ମାଲକାନଗିରିରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୩୨ଜଣ, ନବରଙ୍ଗପୁରରୁ ୧, ନୟାଗଡ ଜିଲ୍ଲାରୁ ୪, ନୂଆପଡ଼ାରୁ ୧୨ ଜଣ, ପୁରୀରୁ ୧୮ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁରରୁ ୧୧ ଜଣ, ସୋନପୁରରୁ କେହି ସଂକ୍ରମିତହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୪୫ ଜଣ ଓ ଷ୍ଟେଟ୍ପୁଲ୍ରୁ ୧୧ ଜଣ ଚିହ୍ନଟ ହୋଇଛନ୍ତି ।