
ଭଦ୍ରକ– ଭଦ୍ରକ ଜିଲ୍ଲା ପଚୁଂଟିକ୍ରି ଗ୍ରାମରେ କୁମ୍ଭୀର ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ନାମ ନବଘନ ନାୟକ । ଗତକାଲି ସେ ଜୁଆରିଆ ମନ୍ତେଇ ନଦୀକୁ ମାଛ ଧରିବାକୁ ଯାଇଥିବା ବେଳେ କୁମ୍ଭୀର ତାଙ୍କୁ ଟାଣି ନେଇଥିଲା । ଧାମରା ଅଗ୍ନିଶମ ବାହିନୀ ପକ୍ଷରୁ ବ୍ୟାପକ ଖୋଜାଖୋଜି ପରେ ମଧ୍ୟ ତାଙ୍କର କୌଣସି ସନ୍ଧାନ ମିଳିନଥିଲା । ଆଜି ତାଙ୍କ ମୃତଦେହ ଭାସୁଥିବା ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ମୃତଦେହ ଉଦ୍ଧାର କରିଛି ।